spot_img

Latest Posts

ଟ୍ରକକୁ ଧକ୍କା ଦେଲା ସ୍କର୍ପିଓ, ୨ ଜଣଙ୍କ ମୃତ୍ୟୁ

ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗ ସାଇମନ୍ଦିର ନିକଟରେ ଦୁର୍ଘଟଣା। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବା ସ୍କର୍ପିଓ। ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୪ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।  ପଶ୍ଚିମବଙ୍ଗ ଅଞ୍ଚଳର କିଛି ପର୍ଯ୍ୟଟକ ପୁରୀ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣଙ୍କୁ ମେଡିକାଲରେ ମୃତ ଘୋଷଣା କରାଯାଇଛି। ଦୁର୍ଘଟଣା ପରେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକ ଓ ଗୁରୁତରଙ୍କର ପରିଚୟ ସ୍ପଷ୍ଟ ହୋଇନଥିବା ବେଳେ, ସ୍କର୍ପିଓ ଗାଡି ନମ୍ବରକୁ ଆଧାର କରି ମୃତକ ଓ ଗୁରୁତର ସମସ୍ତେ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।

Latest Posts

Don't Miss