ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

1 min read

ବୌଦ୍ଧ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ରାଧାନଗର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଯାତ୍ରୀବାହୀ ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ସମେତ ୩ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ । ସେମାନଙ୍କୁ ଅନ୍ୟ ବସରେ ନିଜ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି । ଜୟପୁରରୁ ଭୁବନେଶ୍ଵର ଅଭିମୁଖେ ଆସୁଥିଲା ଦିଲଖୁସ୍ ନାମକ ଯାତ୍ରୀବାହୀ ବସ୍ । ବୌଦ୍ଧ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ରାଧା ନଗର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି ।