ରାଜନୀତିରୁ ଅବସର ନେଲେ ବିଜେଡି ନେତା ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ଏନେଇ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ। ଗତକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଉଭୟ ଲୋକସଭା ଓ ରାଜ୍ୟସଭାରେ ତାଙ୍କୁ ସୁଯୋଗ ଦେଇଥିବାରୁ କୃତଜ୍ଞତା ଜଣାଇଛନ୍ତି ।

ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ସେ ସମାଜସେବାରେ ସକ୍ରିୟ ରହିବେ ବୋଲି କହିଛନ୍ତି ଅଚ୍ୟୁତ । ଚଳିତ ନିର୍ବାଚନରେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି ଅଚ୍ୟୁତ ସାମନ୍ତ।