ବାହାରିଲା ଆଡ଼ପ ଅବଢା, ଜନ୍ମବେଦୀରେ ତିନି ଠାକୁର

ପୁରୀ: ଜନ୍ମବେଦିରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିଛି ଆଡ଼ପ ଅବଢା । ସକାଳୁ ଦ୍ୱାରଫିଟା ନିତୀ ସମ୍ପନ୍ନ ପରେ ଭିତର ଶୋଧ, ମଙ୍ଗଳ ଆଳତୀ , ମଇଲମ, ଅବକାଶ ନୀତି କରାଯାଇ ଦୈନଦିନ ନୀତିକାନ୍ତି ଚାଲିଛି । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ୱ ରହିଛି ।

ଗତ ଦୁଇବର୍ଷ ଧରି ଭକ୍ତ ଏହି ଦର୍ଶନରୁ ବଞ୍ଚିତ ଥିଲେ । ଦୀର୍ଘ ଦିନର ବ୍ୟବଧାନ ପରେ ମହାପ୍ରଭୁ ଜନ୍ମବେଦୀକୁ ବିଜେ କରିଛନ୍ତି  । ଏଥ ସହିତ ଗୁଣ୍ଡିଚା ମନ୍ଦିରରେ ମଧ୍ୟ ଆଡ଼ପ ଅବଢା ବାହାରିଛି  । ଭକ୍ତ ଆଡପ ଅବଢା ପାଇ କୃତାର୍ଥ ହୋଇଛନ୍ତି  । ଜୟ ଜଗନ୍ନାଥ ଧ୍ୱନୀରେ କମ୍ପୁଛି ଶ୍ରୀକ୍ଷେତ୍ର  ।  ଏଥର ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ ।

ଗୁଣ୍ଡିଚା ମନ୍ଦିରରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରର ବଡ଼ ଦାଣ୍ଡରେ ଲାଗିଛି ଭକ୍ତଙ୍କ ଗହଳି  । ମେଡିକାଲ ଛକରୁ ଧାଡିରେ ଯାଉଛନ୍ତି ଶ୍ରଦ୍ଧାଳୁ  ।  ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ସେପଟେ ସୁରୁଖୁରରେ ଭକ୍ତ ଆଡପ ଅବଢା ପାଇବା ସହ ଶୃଙ୍ଖଳିତ ଭାବେ ଧାଡି ଦର୍ଶନ କରିପାରୁଛନ୍ତି  ।