ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ନିଷ୍ଠାର ସହିତ କାମ କରିବାକୁ ପରାମର୍ଶ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ସମ୍ମିଳନୀ କକ୍ଷରେ ଗତ ୧୪ ତାରିଖରେ ଅନୁଷ୍ଠିତ ହୋଇଥିଲା । ଓଡ଼ିଶାର ବିଭିନ୍ନ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଏବଂ ବ୍ଲକ ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ନିଯୁକ୍ତି ପାଇଥିବା ଶିକ୍ଷକ ପ୍ରଶିକ୍ଷକମାନଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଦିଗଦର୍ଶନ ଦିଅାଯାଇଥିଲା । ସେହି କାର୍ଯ୍ୟକ୍ରମରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦଶକ, ଅନୁପମ ସାହା ଅଧ୍ୟକ୍ଷତା କରିଥିଲେ । କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ନୂତନ ଭାବରେ ଯୋଗଦେଇଥିବା ଶିକ୍ଷକ ପ୍ରଶିକ୍ଷକ ମାନଙ୍କୁ ଓସେପାର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ସମ୍ୟକ ଧରଣା ଦେଇଥିଲେ । ସାହା ସମସ୍ତ ଶିକ୍ଷକ ପ୍ରଶିକ୍ଷକମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ନିଷ୍ଠାର ସହିତ କାମ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ ଭଗବାନ ବେହେରା, ଓସେପା ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟାବଳୀ ଓପରେ ଏକ ବିସ୍ତ୍ରୃତ ବିବରଣୀ ଉପସ୍ଥାପନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଓସେପାର ବିଭିନ୍ନ ପଦାଧିକାରୀମାନେ ପରିଚାଳନା କରିଥିଲେ । ଅାଲୋଚନା ସମୟରେ ସେମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ପୁଙ୍ଖାନୁପୁଙ୍ଖ ଭାବରେ ପ୍ରଦାନ କରିଥିଲେ । ଏହି ଅବସରରେ ଶିକ୍ଷକ ପ୍ରଶିକ୍ଷକମାନେ ଓସେପା କାର୍ଯ୍ୟାଳୟରେ ବିଭିନ୍ନ ବିଭାଗ ପରିଦର୍ଶନ କରିଥିଲେ । ପରିଶେଷରେ ଓସେପାର ଯୁଗ୍ମ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ସେଠୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।