୯ ତାରିଖ ପରେ ମୌସୁମୀ ଫେରିଯିବା ନେଇ ପାଗ ଅନୁକୂଳ

ଭୁବନେଶ୍ୱର : ଓଡ଼ିଶାରୁ ଫେରିଯିବ ମୌସୁମୀ ! ୯ ତାରିଖ ପରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ହୋଇଛି । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବଡ ବର୍ଷାର ସମ୍ଭାବନା ନାହିଁ । ତାପମାତ୍ରା ବୃଦ୍ଧି କରିବ ଶୁଖିଲା ପାଗ । ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ବଢିବ ପାରଦ । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ କାଲିଠୁ ସାରା ଓଡ଼ିଶାରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ପରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।  ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡରେ ହାଲୁକା ବର୍ଷା ହେବ । କାଲିଠୁ ବର୍ଷାର ପରିମାଣ କମିବା ସହ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ ।Event Summaries Archives • A Weather Moment

ଓଡ଼ିଶାକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିଥିବା ବେଳେ । ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଫଳରେ ଆସନ୍ତା ୯ ତାରିଖରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୁଳ ହୋଇଛି । ଚଳିତ ବର୍ଷ ଜୁନ୍ ୨୨ରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ୮ ଦିନ ବିଳମ୍ବରେ ଆସିଥିଲେ ମଧ୍ୟ ୫ ଦିନ ପୂର୍ବରୁ ଫେରିଯିବା ନେଇ ଆକଳନ କରାଯାଇଛି ।