ଆଦିବାସୀଙ୍କ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ନେଇ କ୍ୟାବିନେଟ ନିଷ୍ପତ୍ତି ସ୍ଥଗିତ

1 min read

ଭୁବନେଶ୍ୱର: କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ। ଆଦିବାସୀଙ୍କ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ନେଇ ନିଆଯାଇଥିବା କ୍ୟାବିନେଟ ନିଷ୍ପତ୍ତିକୁ ସ୍ଥଗିତ କରାଯାଇଥିବା ନେଇ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୂଚନା ଦେଇଛନ୍ତି।

ଗତ ନଭେମ୍ବର ୧୪ରେ ଆଦିବାସୀଙ୍କ ଜମି ହସ୍ତାନ୍ତର ନେଇ କ୍ୟାବିନେଟ ନିଷ୍ପତ୍ତି ନିଆଯାଇଥିଲା। କ୍ୟାବିନେଟରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଆଦିବାସୀ ଜମି ହସ୍ତାନ୍ତର ପାଇଁ ଆଇନରେ ସଂଶୋଧନ ହୋଇଥିଲା। ଏହାଦ୍ୱାରା ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚଶିକ୍ଷା, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ନିଜ ଜମିକୁ ବନ୍ଧକ ରଖି ଋଣ ଆଣିପାରିବେ। ଏହାସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସମ୍ପତ୍ତି ହସ୍ତାନ୍ତର କରିପାରିବେ। ତେବେ ରାଜ୍ୟ ସରକାର ସବୁବେଳେ ଆଦିବାସୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ କାର୍ଯ୍ୟ କରୁଛନ୍ତି ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।