5T ସଚିବଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ

1 min read

ସୁନ୍ଦରଗଡ଼: 5T ସଚିବଙ୍କ ଗସ୍ତ ପରେ ତ୍ବରାନ୍ବିତ ହେଲା ସୁନ୍ଦରଗଡ଼ ରାଜଗାଙ୍ଗପୁର ଓଭରବ୍ରିଜ ନିର୍ମାଣ ପ୍ରକିୟା । ନିର୍ମାଣ କାର୍ଯ୍ୟ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜଗାଙ୍ଗପୁର ଲେବଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ ହୋଇଛି । ସୋନାଖାନ ଓ କାଁସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା । ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା ।

ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଭିକେ ପାଣ୍ଡିଆନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ 5T ସଚିବ ରାଜଗାଙ୍ଗପୁରର ଏହି ବ୍ରିଜ ନିର୍ମାଣ ସ୍ଥାନ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ନିର୍ମାଣ କାର୍ଯ୍ୟ ତ୍ବରାନ୍ବିତ କରିବାକୁ 5T ସଚିବଙ୍କୁ ନିକଟରେ ଦାବି ରଖିଥିଲେ ସ୍ଥାନୀୟ ବାସିନ୍ଦା ।