କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

ପୁରୀ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ । ଗତ କିଛି ଦିନ ତଳେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ । ଏହା ପରେ ଏ ନେଇ ସେ ନିଜ ଫେସବୁକ୍ ପେଜ୍ରେ ସୂଚିତ କରିବା ସହ ଗୁଜବ ସୃଷ୍ଟି ନ କରିବାକୁ ନିବେଦନ କରିଥିଲେ । ସେ ଲେଖିଥିଲେ, ବନ୍ଧୁଗଣ ମୁଁ କୋଭିଡ ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସାଧୀନ ରହିଛି । ଦୟାକରି କୌଣସି ପ୍ରକାର ଗୁଜବ ସୃଷ୍ଟି ନ କରି ଦଳ କିପରି ଭଲ ପ୍ରଦର୍ଶନ କରିବ ଧ୍ୟାନ ଦିଅନ୍ତୁ, ଆପଣମାନଙ୍କ ଭଲ ପାଇବା ସହିତ ଜଲ୍ଦି ଫେରିବି ।