ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: କୋଭିଡ୍ ଟିକାକରଣ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆଗେଇ ଚାଲିଛି । ଟିକାକରଣ ନିମନ୍ତେ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଟିକାକରଣ ପାଇଁ ସମସ୍ତ ଜିଲ୍ଲା ଓ ବ୍ଲକସ୍ତରରେ ବ୍ୟାପକ ବ୍ୟବସ୍ଥା କରାଯିବ । ଏହାସହ ଏହି କାର୍ଯ଼୍ୟରେ ନିୟୋଜିତ ଥିବା କର୍ମଚାରୀଙ୍କୁ ସଠିକ୍‌ ତାଲିମ ଦିଆଯିବ । କୋଭିଡ୍‌ ଯୋଦ୍ଧା ତଥା ୫୦ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି ଏବଂ ୫୦ ବର୍ଷରୁ କମ ଅଣସଂକ୍ରାମକ ରୋଗୀ ଚିହ୍ନଟ କରାଯିବା ନେଇ ଆଲୋଚନା ହୋଇଛି । ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଉଚ୍ଚ ପଦାଧିକାରୀ, ସମସ୍ତ ନିର୍ଦ୍ଦେଶକ, ସବୁ ଜିଲ୍ଲାର ଜିଲ୍ଲାପାଳ, ମୁଖ୍ୟ ଚିକିତ୍ସାଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନେ ଯୋଗଦେଇ ଆଲୋଚନା କରିଥିଲେ ।

Leave a Reply