ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ
ଭୁବନେଶ୍ବର : ନିଶା ନିବାରଣ କେନ୍ଦ୍ର ବିରୋଧରେ ହତ୍ୟା ଅଭିଯୋଗ । ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ମୃତକ ହେଲେ ଭୁବନେଶ୍ବର ୟୁନିଟ ୬ ଅଞ୍ଚଳର ୩୬ ବର୍ଷୀୟ ଯୁବକ ସୁମନ୍ତ ପଣ୍ଡା । ଗତକାଲି ତାଙ୍କୁ ଭୁବନେଶ୍ବର ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ନିଶା ନିବାରଣ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତାଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣା ସମ୍ପର୍କରେ ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।