କେନ୍ଦୁଝରରେ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ । ଘସିପୁରା ବ୍ଲକରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି । ଏହି ନାରାରେ ଯୋଜନାର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ କେନ୍ଦୁଝର ଜିଲ୍ଲାରେ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫୬୮ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସାମିଲ ହୋଇଛି । ସେଥିମଧ୍ୟରୁ ଘସିପୁରା ବ୍ଲକର ୨୫ଟି ପଞ୍ଚାୟତକୁ ୧୨ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏହି ଅବସରରେ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ବିଡିଓ ମାନସ ରଞ୍ଜନ ସାମଲ, ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଏସଏସଜି ମା’ମାନେ ଉପସ୍ଥିତ ଥିଲେ ।