ରଥଯାତ୍ରା ପାଇଁ ଟ୍ରାଫିକ୍ ବ୍ୟବସ୍ଥାର ସମୀକ୍ଷା, ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ମୁତୟନ ହେବେ ୪୪ ପ୍ଲାଟୁନ୍ ଫୋର୍ସ

1 min read

ପୁରୀ: ମଙ୍ଗଳବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହେବ । ତେବେ କେମିତି ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁରେ ହେବ ସେନେଇ ସୁବ୍ୟବସ୍ଥା କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ମୋଟ୍ ୨୪ଟି ସ୍ଥାନରେ ହୋଇଛି ପାର୍କିଂ ବ୍ୟବସ୍ଥା । ପୁରୀ ସହରବାସୀଙ୍କ ସହଯୋଗରେ ଟ୍ରାଫିକ ଭଲ ଭାବେ ନିୟନ୍ତ୍ରଣ ହେବ । ଲୋକଙ୍କ ସହଯୋଗରେ ଯାତ୍ରା ଭଲରେ ସମାପନ ହେବ । ପ୍ରତି ସାହିରେ ଜଣେ ସ୍ଥାନୀୟଲୋକ ରହିବେ ଭଲ୍ୟୁଣ୍ଟିଅର । ସାତସାହିବାସୀଙ୍କ ପାଇଁ କୌଣସି କଟକଣା ନଥିବା କହିଛନ୍ତି ଅମିତାଭ ଠାକୁର ।

ଟ୍ରାଫିକ୍ ନିୟନ୍ତ୍ରଣକୁ ୩ ଭାଗରେ ବିଭକ୍ତ କରାଯାଇଛି । କୁମ୍ଭାରପଡ଼ା ଥାନାରେ ହୋଇଛି ଟ୍ରାଫିକ୍ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା । ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ । କୋଣାର୍କ ଆଡ଼ୁ ଆସୁଥିବା ଗାଡ଼ି ତାଳବଣିଆରେ ରହିବେ । ୪ ଚକିଆ ଗାଡ଼ି ତାଳବଣିଆର ୬ ପାର୍କିଂ ପ୍ଲେସରେ ରହିବ ।  ବ୍ରହ୍ମଗିରି ଆଡ଼ୁ ଆସୁଥିବା ଗାଡ଼ି ଲୋକନାଥ ମନ୍ଦିର ପାଖେ ରହିବେ । ଦୁଇ ଚକିଆ ଗାଡ଼ି ଜଗନ୍ନାଥବଲଭ ପାର୍କିଂରେ ରହିବେ ।ମାଟିତୋଟା କ୍ରିକେଟ ଫିଲ୍ଡ, ମଶାଣି ଚଣ୍ଡୀରେ ରହିବ ବାଇକ୍ । ଭିନ୍ନକ୍ଷମ ଓ ବୟସ୍କଙ୍କ ପାଇଁ ମାଗଣା ଇ-ଯାନ ବ୍ୟବସ୍ଥା ହୋଇଛି । ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ ନମ୍ବର-୬୩୭୦୯୬୭୧୦୦ ଜାରି କରାଯାଇଛି । ସେହିପରି ଆମ୍ବୁଲାନ୍ସ ପାଇଁ ଇ-କରିଡର ବ୍ୟବସ୍ଥା ଓ ଜରୁରୀ ସେବା ପାଇଁ ସ୍ୱାସ୍ଥ୍ୟକେନ୍ଦ୍ରର ବ୍ୟବସ୍ଥା କରାଯିବ । ପୁରୀବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଲେ ଅମିତାଭ ଠାକୁର । `ହସି ହସି ଲୋକଙ୍କ ସେବା କରିବ ପୋଲିସ’ । ସ୍ବର୍ଗଦ୍ବାରକୁ ଆସୁଥିବା ଲୋକଙ୍କ ପାଇଁ ବ୍ୟବସ୍ଥା ହୋଇଛି ।