ପ୍ରାଣୀଧନ ଚିକିତ୍ସା ଓ ଟିକାକରଣ ୟୁଜର୍ସି ଫି’ ଛାଡ଼ କଲେ ରାଜ୍ୟ ସରକାର

1 min read

ଭୁବନେଶ୍ୱର: ପ୍ରାଣୀସମ୍ପଦ ଚିକିତ୍ସା ଓ ଟିକାକରଣ ଆଦିକୁ ୟୁଜର୍ସ ଫି’ ଛାଡ଼ କଲେ ରାଜ୍ୟ ସରକାର । ସମ୍ପ୍ରତି ରାଜ୍ୟର ବନ୍ୟା ପରିସ୍ଥିତିରେ ପ୍ରାଣୀଧନମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଭାବିତ ପ୍ରାଣୀସମ୍ପଦ ଚିକିତ୍ସା ଓ ଟିକାକରଣ ଆଦିକୁ ୟୁଜର୍ସ ଫି’ ଛାଡ଼ କରାଯାଇଛି । ଏ ସଂକ୍ରାନ୍ତରେ ପ୍ରସ୍ତାବକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅନୁମୋଦନ କରିଛନ୍ତି । ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ପ୍ରାଣୀ ଚିକିତ୍ସାଳୟ ଓ ବିଭାଗ ପକ୍ଷରୁ ଆୟୋଜିତ ପ୍ରାଣୀଧନ ଚିକିତ୍ସା ଶିବିରରେ ରିଲିଫ୍ ପଦକ୍ଷେପ ସ୍ୱରୂପ ୧୫ ଦିନ ପର୍ଯ୍ୟନ୍ତ ଏହି ୟୁଜର୍ସ ଫି ଛାଡ଼ କରାଯାଇଛି । ଅଗଷ୍ଟ ୧୬ ତାରିଖରୁ ୧୫ ଦିନ ପର୍ଯ୍ୟନ୍ତ ୟୁଜର୍ସ  ଫି ଛାଡ଼ କରାଯାଇଛି । ପ୍ରାଣୀଧନମାନଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ହେଉଥିବା ରକ୍ତ, ମଳ ଆଦି ବିଭିନ୍ନ ପରୀକ୍ଷା ପାଇଁ ମଧ୍ୟ ୟୁଜର୍ସ ଫି ନିଆଯିବ ନାହିଁ ।

            ଏଥିସହିତ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ପ୍ରାଣୀଧନମାନଙ୍କର ଚିକିତ୍ସା ଓ ଟିକାକରଣ ନିମନ୍ତେ ବ୍ୟାପକ ମାଗଣା ପ୍ରାଣୀ ଚିକିତ୍ସା ଶିବିର ଆୟୋଜନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏତଦ୍‌ ବ୍ୟତୀତ ଏସ୍‌ଡିଆରଏଫ୍ ମାର୍ଗଦର୍ଶିକା ଅନୁସାରେ ଗୋପାଳନରେ ନିୟୋଜିତ ଚାଷୀମାନଙ୍କୁ ଗୋଖାଦ୍ୟ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାଣୀଥନର ସୁରକ୍ଷା ଓ ତୁରନ୍ତ ଚିକିତ୍ସାକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରୁଥିବା ପରିପ୍ରେକ୍ଷୀରେ କ୍ଷେତ୍ର ଅଧିକାରୀମାନଙ୍କୁ ଏ ଦିଗରେ ଜରୁରୀକାଳୀନ ପଦକ୍ଷେପ ନେବା ପାଇଁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଡ ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲପାଳ ଓ ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ପତ୍ର ଲେଖିଛନ୍ତି ।

ଏଥିସହିତ ପଢ଼ନ୍ତୁ: ଡୋଲୋ-୬୫୦ ପ୍ରେସ୍କ୍ରାଇବ୍ ପାଇଁ ହଜାରେ କୋଟିର ଉପହାର