୨୦୨୩ ବର୍ଷ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା

ଭୁବନେଶ୍ବର : ୨୦୨୩ ବର୍ଷ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା । ୨ ଜଣ ଆଇଜିଙ୍କ ସମେତ ୨୦ ଜଣ ପୋଲିସ କର୍ମଚାରୀ ପାଇବେ ସମ୍ମାନଜନକ ରାଜ୍ୟପାଳ ପଦକ । କାଟାଗୋରି ୧ରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ ଓ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ ପୋଲିସ ପଦକ ପାଇବେ ।  ସେହିଭଳି କାଟାଗୋରି ୨ରେ ଗଞ୍ଜାମ ଏସପି ଜଗମୋହନ ମୀନା ଓ ସମ୍ବଲପୁର ଏସପି ମୁକେଶ ଭାମୁ ପାଇବେ ଏହି ପୁରସ୍କାର। କାଟାଗୋରି ୩ରେ ବରିଷ୍ଠ ଓପିଏସ ତଥା ବିପିଏସପିଏର ଅତିରିକ୍ତ ଏସପି ଉଦୟଭାନୁ ମିଶ୍ର, ଏସିପି ମାନସ ଗଡ଼ନାୟକ ଏହି ପୁରସ୍କାର ପାଇବେ । କାଟାଗୋରି ୪ରେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ଅନୀଲ ଆନନ୍ଦ, ଗଞ୍ଜାମ ପାଟପୁର ଥାନା ଇନ୍ସପେକ୍ଟର ସବ୍ୟସାଚୀ ମଲ୍ଲ , ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଇନ୍ସପେକ୍ଟର ହେମାମାଳିନୀ ନାୟକ ପାଇବେ ପଦକ ।

କାଟାଗୋରି ୫ରେ ରାଉରକେଲା ଏସଆଇ ଦିଲ୍ଲୀପ ନାୟକ, ଭୁବନେଶ୍ୱର କମିଶନରେଟ ପୋଲିସ ଏସଆଇ ଯୁଗଳ ଚରଣ ସ୍ୱାଇଁ, ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଏସଆଇ ସଞ୍ଜୟ ପଟ୍ଟନାୟକ ପୋଲିସ ପଦକ ପାଇବେ । କାଟାଗୋରି ୬ରେ ଏଏସଆଇ ବିକାଶ ପାତ୍ର, ପ୍ରଜାପତି ମେହେର ଓ ପ୍ରଶାନ୍ତ ବିଶ୍ୱାଳ ପାଇବେ ସମ୍ମାନଜନକ ପଦକ । କାଟାଗୋରି ୭ରେ କନଷ୍ଟେବଳ ରମେଶ ସାହୁ, ସନାତନ ସାହୁ, ନରେଶ ଚୌଧୁରୀ, ଓଏସଏପି ସିପାହୀ ବିଶ୍ୱକର୍ମା ମୁଣ୍ଡା ଓ ସିପାହୀ କେଦାରନାଥ ମିଶ୍ର ରାଜ୍ୟପାଳ ପୋଲିସ ପଦକ ପାଇବାକୁ ମନୋନୀତ ହୋଇଛନ୍ତି  ।