ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ; ଆଉ ୨୮୮ ଜଣ ସଂକ୍ରମିତ ଚିହ୍ନଟ
1 min readଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୬୬ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
Covid-19 Report For 23rd November
New Positive Cases: 288
Of which 0-18 years: 53
In quarantine: 166
Local contacts: 122(Details of local contacts will be shared by concerned Dist)
1. Bargarh: 1
2. Bhadrak: 7
3. Balangir: 3
4. Boudh: 1
5. Cuttack: 21
6. Deogarh: 1— I & PR Department, Odisha (@IPR_Odisha) November 24, 2021
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୩ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୯୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୬୭୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୩୩୪୪୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।