ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ; ଆଉ ୨୮୮ ଜଣ ସଂକ୍ରମିତ ଚିହ୍ନଟ

1 min read

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୬୬ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୩ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୬୭୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୩୩୪୪୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply