ରାଜ୍ୟରେ ଆଉ ୩ହଜାର ୨୩୩ ଜଣ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ ହଜାର ୨୩୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚିତ କରାଯାଇଛି । ଏଥି ସହିତ ରାଜ୍ୟରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୪୦ରେ ପହଞ୍ଚିଛି ।
ବୁଧବାର ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାର ସର୍ବାଧିକ ୫୮୮ ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୩୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୨୯୪, ପୁରୀରୁ ୨୧୫, ବାଲେଶ୍ୱରରୁ ୨୦୩, ଅନୁଗୁଳରୁ ୧୭୫, କେନ୍ଦ୍ରାପଡ଼ାରୁ ୧୪୭, ଜଗତସିଂହପୁରରୁ ୧୪୩, ଭଦ୍ରକରୁ ୧୩୩, ମୟୂରଭଂଜରୁ ୧୨୮ ଓ ନୟାଗଡ଼ରୁ ୧୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।