ରାଜ୍ୟରେ ଆଉ ୪ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ: ୧୧୨ କରୋନା ସଂକ୍ରମିତ ଚିହ୍ନଟ

1 min read

ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ । ୪ ନୂଆ ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡ଼ା । ଚିହ୍ନଟ ହୋଇଥିବା ୪ ନୂଆ ଆକ୍ରାନଙ୍କ ଜିନମ ସିକ୍ୱେନସିଂ କରାଯାଇଥିଲା । ଆଜି ଚିହ୍ନଟ ହୋଇଥିବା ଓମିକନ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଏବଂ ଆଉ ଦୁଇ ଜଣ ୟୁଏଇରୁ ଫେରିଛନ୍ତି ।

ସେମାନଙ୍କ ମଧ୍ୟରୁ ଜଣେ ନେଗେଟିଭ ଅଛନ୍ତି । ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି । ସେଥି ମଧ୍ୟରୁ ନାଇଜେରିଆ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଛି । ବାକି ଦୁଇ ୟୁଏଇ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କର ରିପୋର୍ଟ ଆସିନଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଏହା ପୂର୍ବରୁ ପ୍ରଥମେ ୨୧ ତାରିଖରେ ଦୁଇ ଜଣ ଓ ୨୩ ତାରିଖରେ ଆଉ ଦୁଇ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପ୍ରଥମେ ଚିହ୍ନଟ ହୋଇଥିବା ଦୁଇ ଜଣ ନାଇଜେରିଆ ଏବଂ କତାରରୁ ଫେରିଥିଲେ ।

ରାଜ୍ୟରେ ୨୪ ଘଣ୍ଟାରେ ୧୧୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୭ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୮୮୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave a Reply