ରାଜ୍ୟରେ ଆଉ ୪୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ
1 min readଭୁବନେଶ୍ୱର: ରାଜ୍ୟରେ ଆଉ ୪୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୫ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 22nd October
New Positive Cases: 441
Of which 0-18 years: 75
In quarantine: 253
Local contacts: 188(Details of local contacts will be shared by concerned Dist Administration)
1. Angul: 3
2. Balasore: 6
3. Bargarh: 5
4. Bhadrak: 13
5. Balangir: 2— I & PR Department, Odisha (@IPR_Odisha) October 23, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।