ରାଜଧାନୀରୁ ଆଉ ୬୦ କରୋନା ସଂକ୍ରମିତ ଚିହ୍ନଟ: କରୋନା ମୁକ୍ତ ହେଲେ ୧୮ ଜଣ

1 min read
Another 60 people from Bhubaneswar Tested corona positive

ଭୁବନେଶ୍ୱର: ରାଜଧାନୀରେ କ୍ରମାଗତଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୪୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ହୋଇଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମଣ । ସ୍ଥାନୀୟ ସଂକ୍ରମିତଙ୍କମାନଙ୍କ ମଧ୍ୟରେ ଭୀମଟାଙ୍ଗିର ୫୦ ବର୍ଷୀୟ ବୃଦ୍ଧ, ଆଚାର୍ଯ୍ୟ ବିହାରର ୨୧ ଓ ୩୮ ବର୍ଷୀୟ ଦୁଇ ଯୁବକ, ଜୟଦେବ ବିହାରର ୨୬ ଓ ୨୧ ବର୍ଷର ଦୁଇ ଯୁବକ, ଜାଗମରାର ୩୮ ବର୍ଷୀୟ ଯୁବକ, ବମିଖାଲର ୪୨ ବର୍ଷୀୟ ଯୁବକ । ସେହିପରି ପଟିଆରେ ମଧ୍ୟ ଜଣେ ୩୫ ବର୍ଷୀୟ ବ୍ୟକ୍ତି, ନୟାପଲ୍ଲୀ ବେହେରା ସାହିରୁ ୫୬ ବର୍ଷୀୟ ବୃଦ୍ଧ, ସାଲିଆ ସାହିରୁ ୩୫ ବର୍ଷୀୟା ମହିଳା ଓ ଏକ କେନ୍ଦ୍ରୀୟ ହସ୍ପିଟାଲର ଜଣେ ୨୯ ବର୍ଷୀୟ ବ୍ୟକ୍ତି ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏତଦ୍‌ବ୍ୟତୀତ ସରକାରୀ ହସ୍ପିଟାଲରୁ ୨୪ ବର୍ଷ ୨୪ ବର୍ଷ ଓ ୨୯ ବର୍ଷୀୟ ଯୁବକ, ନୟାପଲ୍ଲୀ ଆଇଆରସି ଭିଲେଜର ୨୧ ବର୍ଷୀୟା ଯୁବତୀ, ସାଲିଆ ସାହିର ୩୪ ଓ ୪୩ ବର୍ଷୀୟ ଦୁଇ ବ୍ୟକ୍ତି, ଶ୍ୟାମପୁରର ୩୪ ବର୍ଷୀୟ ବ୍ୟକ୍ତି, ଏକାମ୍ର ବିହାରର ୪୫ ବର୍ଷୀୟ ବ୍ୟକ୍ତି ଓ ଘାଟିକିଆର ଜଣେ ୪୬ ବର୍ଷୀୟା ମହିଳା ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଗୁରୁବାର ରାଜଧାନୀରେ ୧୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ୪୦୩ ଜଣ ସୁସ୍ଥ ହୋଇଥିବା ବେଳେ ଏବେବି ୫୦୪ଟି ସକ୍ରିୟ କେସ୍ ରହିଛି । ଏହାସହ ୧୧ ଜଣ ପ୍ରାଣ ମଧ୍ୟ ହରାଇଛନ୍ତି ।

ସମସ୍ତଙ୍କୁ ସଂକ୍ରମଣ ଚିନ୍ତା, କୋଚିଂ ସେଣ୍ଟର ସାର୍‌ଙ୍କୁ ପଇସା ଚିନ୍ତା…

Leave a Reply