ସୁସ୍ଥ ହେଲେ ଆଉ ୭୬ କରୋନା ସଂକ୍ରମିତ

1 min read

ଭୁବନେଶ୍ୱର: ଆଜି ଆଉ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୧୧୨୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି କେନ୍ଦ୍ରାପଡ଼ାରୁ ୧୭, ଗଞ୍ଜାମରୁ ୧୬, ନୟାଗଡ଼ରୁ ୧୧, କଳାହାଣ୍ଡିରୁ ୧୧, ଯାଜପୁରରୁ ୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବାଲେଶ୍ୱର ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଅନୁଗୁଳ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କଟକ, ଢେଙ୍କାନାଳ, ମାଲକାନଗିରି, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

Leave a Reply