ସୁସ୍ଥ ହେଉଛନ୍ତି କରୋନା ସଂକ୍ରମିତ, ଆକ୍ରାନ୍ତର ଅଧାଠୁ ଅଧିକ ଆରୋଗ୍ୟ
1 min readଭୁବନେଶ୍ୱର: କରୋନା କାଳରେ ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଆଜି ଆଉ ୭୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୮୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 79 #Covid19 patients have recovered and are being discharged.
11 are from Ganjam
5 from Jajpur
17 from Balasore
4 from Cuttack
28 from Bhadrak
3 from Keonjhar
2 from Khurda
2 from Bolangir
7 from PuriThe total recovered cases of #Odisha now stand at 812.
— H & FW Dept Odisha (@HFWOdisha) May 27, 2020
ଆଜି ଗଞ୍ଜାମରୁ ୧୧, ଯାଜପୁରରୁ ୫, ବାଲେଶ୍ୱରରୁ ୧୭, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିରରୁ ୨, ପୁରୀରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି । ଏବେ ୭୮୧ ଜଣ ସକ୍ରିୟ ସଂକ୍ରମିତଙ୍କ ଚିକିତ୍ସା ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚାଲିଛି ।
ଖୁସିର କଥା ହେଉଛି ରାଜ୍ୟରେ ମାର୍ଚ୍ଚ ୧୬ରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଆଜି ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଥିବା ବେଳେ ମୋଟ ୮୧୨ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ସଂକ୍ରମିତ ସଂଖ୍ୟାଠାରୁ ଅଧିକ ।