୮୨ ହଜାରରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ: ୧୦୩୯ ଜଣଙ୍କ ମୃତ୍ୟୁ

1 min read

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନାର କହର ଜାରି ରହିଛି । ଏଯାବତ୍ ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ ଲକ୍ଷ ଟପିଲାଣି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୨ ହଜାର ୧୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦେଶରେ ମୋଟ ୬୦ ଲକ୍ଷ ୭୪ ହଜାର ୭୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଆଶ୍ୱସ୍ତି କଥା ଏହା ଯେ, ଏମାନଙ୍କ ମଧ୍ୟରୁ ୫୦ ଲକ୍ଷ ୧୬ ହଜାର ୫୨୦ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କଲେଣି । ଅପରପକ୍ଷରେ ୯୫ ହଜାର ୫୪୨ ଜଣ ଆକ୍ରାନ୍ତ ବ୍ୟାକ୍ତିଙ୍କ ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୮୨ ହଜାର ୧୭୦ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ଟିଭ ମାମଲା ୯ ଲକ୍ଷ ୬୨ ହଜାର ୬୪୦ରେ ପହଞ୍ଚିଛି ।   ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୯ଜଣଙ୍କ କରୋନା ଯୋଗୁଁ ମୃତ୍ୟୁ ଘଟିଛି ।

ଅପରପକ୍ଷରେ ବିଶ୍ୱ ମାନଚିତ୍ରରେ କରୋନାର ସ୍ଥିତି ଦେଖିବାକୁ ଗଲେ ଏଯାବତ୍ ସାରା ବିଶ୍ୱରେ ୩ କୋଟି ୩୩ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇସାରିଛନ୍ତି । ଏମାନଙ୍କ ମଧ୍ୟରୁ ୨ କୋଟି ୪୬ ଲକ୍ଷ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ଉଭୟ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟାରେ ଆମେରିକା ସବୁଠାରୁ ଆଗରେ ରହିଥିବା ବେଳେ ତା’ ପଛକୁ ରହିଛିି ଭାରତ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ତଥ୍ୟ ରେକର୍ଡ ଅନୁସାରେ, ନୂତନ ସଂକ୍ରମଣ ଅପେକ୍ଷା ଭାରତରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଅଧିକ। ଆଠ ଦିନ ମଧ୍ୟରୁ ସାତ ଦିନରେ ନୂତନ ସଂକ୍ରମଣ ଅପେକ୍ଷା ଆରୋଗ୍ୟ ହାର ଅଧିକ ହୋଇଥିବା ଜଣାପଡ଼ିଛି।

Leave a Reply