ସୁସ୍ଥ ହେଲେ ଆଉ ୯୦ ସଂକ୍ରମିତ, ମୋଟ ୯୭୭ ଆରୋଗ୍ୟ

1 min read

ଭୁବନେଶ୍ୱର: ରାଜ୍ୟରେ କରୋନା ଆରୋଗ୍ୟ ହାର ବଢ଼ୁଛି । ଆଜି ଆଉ ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୯୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୨୩ ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୨୨, ଭଦ୍ରକରୁ ୨୧, ଗଞ୍ଜାମରୁ ୧୫, କଟକରୁ ୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ଖୋର୍ଦ୍ଧା ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର ଓ ନୟାଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ଥିବାବେଳେ ୯୭୭ ଜଣ ସୁସ୍ଥ ହୋଇଛନ୍ତି । ୭୩୭ ଜଣ ସକ୍ରିୟ ସଂକ୍ରମିତଙ୍କ ଚିକିତ୍ସା ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚାଲିଛି । କରୋନା ସଂକ୍ରମିତ ୭ ଜଣଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ଆଉ ନୂଆ ୬୩ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

Leave a Reply