ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

1 min read
Another Low Pressure Area Likely To Form In Bay Of Bengal

ଭୁବନେଶ୍ୱର: ଘନୀଭୂତ ହେଉଛି ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଏବେ ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ତତସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ଉତ୍ତର-ପୂର୍ବ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ ।

ଏହାର ପ୍ରଭାବରେ ସେହି ଅଞ୍ଚଳରେ ୨୪ ତାରିଖ ସନ୍ଧ୍ୟା ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଏହା ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା ଉପକୂଳ ପହଞ୍ଚିବ । ପ୍ରଭାବରେ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା ସମ୍ଭାବନା ରହିଥିବା  ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ପାଗ ଅନୁକୂଳ ରହିଲେ ଏହା ଅବପାତ ଏବଂ ଗଭୀର ଅବପାତରେ ପରିଣତ ହୋଇପାରେ ।

ଆଜି ପାଇଁ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୫ ଓ ୨୬ ତାରିଖରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ନେଇ ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାର ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ୨୫ ଓ ୨୬ ତାରିଖ ଦୁଇଦିନ ଗଭୀର ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Leave a Reply