ଦିଲ୍ଲୀ ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ :  ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜୁନ ୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ପରେ କେଜ୍ରିୱାଲ ତିହାର ଜେଲରେ ରହିଛନ୍ତି ।

ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ଆସନ୍ତା ଜୁନ୍ ୨ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଅନ୍ତରୀଣ ଜାମିନ ପାଇବା ପରେ କେଜ୍ରିୱାଲ ଏବେ ଆପ୍ ପାଇଁ ପ୍ରଚାର କରିବେ । ଏହାପୂର୍ବରୁ ନିର୍ବାଚନ ପ୍ରଚାର ପାଇଁ କେଜ୍ରିୱାଲଙ୍କୁ ଜାମିନ ଦିଆଯିବା ପ୍ରସଙ୍ଗକୁ ଜୋରଦାର ବିରୋଧ କରିଥିଲା ଇଡି ।