ବୌଦ୍ଧରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: କାର ଧକ୍କାରେ ଜଣେ ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ ବାଉଁଶୁଣି କଲେଜ ଛକ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କାର ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବାଦିକଟା ଗାଁ ର ଲଳିତ ଵାଦି । ସେ ଜଣେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ ଆଜି ସକାଳ ସମୟରେ ନିଜ ଗାଁରୁ ଲଳିତ ବାଉଁଶୁଣି ଆସୁଥିବା ସମୟରେ ବୌଦ୍ଧରୁ ବାଉଁଶୁଣି ପଟକୁ ଯାଉଥିବା ଏକ କାର ତାଙ୍କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଲଳିତଙ୍କ ମୃତ୍ୟ ହୋଇଥିବା ଜଣାପଡିଛି।

ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଲଳିତଙ୍କ ଶବ ଏବଂ ଦୁର୍ଘଟଣା ଘଟିଥିବା କାରକୁ ଜବତ କରିଛି । ଚାଳକକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

Leave a Reply