Tokyo Olympics: ୪ କର୍ମଚାରୀ କରୋନା ସଂକ୍ରମିତ, ଭାରତୀୟ ସୁଟିଂ ଦଳର ନମୁନା ସଂଗ୍ରହ

1 min read

ଟୋକିଓ: କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସରେ ମହାମାରୀର ଛାପ । ଜାପାନ ରାଜଧାନୀ ଟୋକିଓରେ ଆସନ୍ତା ୨୩ ଜୁଲାଇରୁ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଥିବା ବେଳେ ଏବେ ସେଠାରେ ଦେଖିବାକୁ ମିଳିଛି କରୋନାର କାୟା । କରୋନା କାଳରେ ଅନେକ ପ୍ରତିବନ୍ଧକ ମଧ୍ୟରେ ଅଲିମ୍ପିକ୍ସ ଆୟୋଜନ କରିବାକୁ ଯାଉଛି ଜାପାନ । ହେଲେ ଅଲିମ୍ପିକ୍ସ ଆରମ୍ଭ ହେବା ଆଗରୁ ଟୋକିଓ ଉପରେ କୋଭିଡ୍-୧୯ ଆତଙ୍କ ଦେଖିବାକୁ ମିଳିଲାଣି ।

ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବା ପୂର୍ବରୁ ଏଠାରେ ଦେଖିବାକୁ ମିଳିଲାଣି କରୋନାର ଆତଙ୍କ । ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଜଣେ ଆଥଲେଟ୍ ଏବଂ ଅଲମ୍ପିକ୍ସର ୪ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏହାପରେ ଅଲିମ୍ପିକ୍ସ କ୍ୟାମ୍ପରେ କରୋନା ବ୍ୟାପୁଥିବା ଆଶଙ୍କା କରାଯାଉଛି । ସେମାନେ ଋଷର ଖେଳାଳିଙ୍କଠାରୁ ସଂକ୍ରମିତ ହୋଇଥିବା ଜଣାପଡିଛି । ଅଲିମ୍ପିକ୍ସରେ ଭାଗ ନେବାକୁ ଆସିଥିବା ଋଷର ରକ୍ୱି ଟିମ୍ ଏବଂ ଜୁଡୋ ଖେଳାଳିଙ୍କ ମଧ୍ୟରେ କିଛି ଖେଳାଳି ପୂର୍ବରୁ ସଂକ୍ରମିତ ଥିଲେ ଏବଂ ସେମାନଙ୍କ ସଂସ୍ପର୍ଶରେ ଆସି ଆହୁରି ଅନ୍ୟ ଲୋକ ଏବଂ ଅଲିମ୍ପିକ୍ସ କର୍ମଚାରି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ପ୍ରତ୍ୟେକ ଆକ୍ରାନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଅପରପକ୍ଷରେ ଆଜି ଟୋକିଓରେ ଯାଇ ପହଞ୍ଚିଛନ୍ତି ଭାରତୀୟ ସୁଟିଂ ଦଳ ।  କୋଭିଡ ଟେଷ୍ଟ ପାଇଁ ସେମାନଙ୍କ ନମୁନା ସଂଗ୍ରହ କରାଯାଇଛି ।

ଏଥିସହିତ ପଢ଼ନ୍ତୁ: Tokyo Olympics 2020: ପ୍ରି-ଅଲିମ୍ପିକ୍ସ ଟ୍ରେନିଂ କ୍ୟାମ୍ପରୁ ଉଗାଣ୍ଡା ଆଥ୍‌ଲେଟ୍ ନିଖୋଜ: ଛାଡ଼ିଗଲେ ଚିଠି

Leave a Reply