ଭାରତୀୟ ହକିକୁ ଓଡ଼ିଶାର ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅଷ୍ଟ୍ରେଲିଆ ହାଇକମିଶନରଙ୍କ ଉଚ୍ଚ ପ୍ରଶଂସା

ଭୁବନେଶ୍ୱର: ଦରିଆପାରିରୁ ଶୁଭେଚ୍ଛାର ସୁଅ । ଭାରତୀୟ ହକିକୁ ଓଡ଼ିଶାର ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି ଅଷ୍ଟ୍ରେଲିଆ ହାଇକମିଶନର । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡ଼ିଶାର ଅଧିକ ସହଯୋଗ ସମ୍ପର୍କରେ ଆଲୋଚନା କରିଛନ୍ତି । ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା ।

ଏହା ବାଦ୍ ଓଡିଶାର ଦକ୍ଷମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା । ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ । ଏହା ବାଦ୍ ଖଣି ଅନୁସନ୍ଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

Leave a Reply