ଓଲଟିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ଭଦ୍ରକ: ମହୋତ୍ସବ ଦେଖି ଫେରିବା ବେଳେ ଓଲଟିଲା ଅଟୋ । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଅଛନ୍ତି ।
ଭଦ୍ରକ ଜିଲ୍ଲା ସିମୁଳିଆ ଥାନା ବାଲିଖଣ୍ଡ ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ବାସୁଦେବପୁର ଅଞ୍ଚଳର କିଛି ଲୋକ ମଇତାପୁର ମହୋତ୍ସବ ଦେଖି ଫେରୁଥିବା ବେଳେ, ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ।
ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।