ବାହାନଗା ଟ୍ରେନ୍ ଦୁର୍ଘଟଣା, ୩ ଜଣଙ୍କୁ ଗିରଫ କଲା ସିବିଆଇ

ବାହାନଗା: ବାହାନଗା ଟ୍ରେନ ଦୁର୍ଘଟଣା । ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ । ୨ ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ମହମ୍ମଦ ଅମିର ଖାନ୍ ଓ ଟେକ୍ନିସିଆନ ପପୁ କୁମାର ଗିରଫ । ସିଆରପିସି ୩୦୪ ଓ ୨୦୧ ଧାରାରେ ଏହି ୩ ଜଣଙ୍କୁ ଗିରଫ କଲା ସିବିଆଇ । ଜୁନ ୨ରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ହସ୍ପିଟାଲରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା ।