ରସୁଲପୁର ବ୍ଳକ୍ ଅଞ୍ଚଳରେ ଭାଙ୍ଗିଲା ବ୍ରାହ୍ମଣୀ ନଦୀବନ୍ଧ

ଯାଜପୁର: ଲଗାଣ ବର୍ଷା ଯୋଗୁଁ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଅଞ୍ଚଳରେ ଭାଙ୍ଗିଲା ବ୍ରାହ୍ମଣୀ ନଦୀବନ୍ଧ । ବ୍ରାହ୍ମଣୀ ନଦୀରେ ବନ୍ୟା ଆସିବାରୁ ରସୁଲପୁର ବ୍ଲକ ବନ୍ଧଢି଼ହ ପଞ୍ଚାୟତ କନ୍ଧିଆ ନିକଟରେ ବ୍ରାହ୍ମଣୀ ନଦୀର ଘେରିବନ୍ଧ ଭାଙ୍ଗି ଘାଇ ସୃଷ୍ଟି ହୋଇଛି । ଫଳରେ ପାଖାପାଖି ୧୦୦ ପରିବାର ପ୍ରଭାବିତ ହେବା ନେଇ ଆଶଙ୍କା ଉପୁଜିଛି । ଅନ୍ୟପକ୍ଷରେ ଜିଲ୍ଲା ଓ ବ୍ଲକ ପ୍ରଶାସନ ସଜାଗ ରହିଥିବା ବେଳେ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଜେନାପୁର ଠାରେ ବ୍ରାହ୍ମଣୀ ନଦୀର ଜଳ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଫଳରେ ଜିଲ୍ଲାର ବରୀ, ଧର୍ମଶାଳା, ବଡ଼ଚଣା, ରସୁଲପୁର ବ୍ଲକ ପ୍ରଭାବିତ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ଏନେଇ ନଦୀ କୂଳିଆ ଲୋକେ ଆତଙ୍କିତ ହୋଇପଡିଛନ୍ତି । ସେପଟେ ବୈତରଣୀରେ ମଧ୍ୟ ବନ୍ୟାଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ।

ଏଥିସହିତ ପଢ଼ନ୍ତୁ: ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା

 

 

Leave a Reply