ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା

କଟକ: ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସୋମବାର ଶେଷ ହୋଇଥାନ୍ତା ବାଲିଯାତ୍ରା । ହେଲେ ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆଉ ଦିଦେ ପାଇଁ ବଢ଼ିଛି କଟକ ବାଲିଯାତ୍ରା ଅବଧି । ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି । ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି । ଚଟାପଟ ଖାଇବା ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀ କିଣିବାକୁ ଲୋକ ଭିଡ଼ ଜମାଉଛନ୍ତି । ଏହାଛଡ଼ା ଦୋଳି ଓ ଅନ୍ୟ ରୋମାଞ୍ଚକର ଅନୁଭୂତି ମଧ୍ୟ ନେଉଛନ୍ତି ଜନସାଧାରଣ ।