ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବ ସାଧାରଣ ଦର୍ଶନ
ପୁରୀ: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଅପରାହ୍ଣ ୬ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ । ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।