ଶୁଭିବ କଂସର ଅଟହାସ୍ୟ, କାଲିଠୁ ଦୁଲୁକିବ ବରଗଡ

ବରଗଡ଼: ସୋମବାରଠାରୁ ଦୁଲୁକିବ ବରଗଡ । ଶୁଭିବ କଂସର ଅଟହାସ୍ୟ । ଆରମ୍ଭ ହେବ ୭୬ ତମ ବିଶ୍ଵ ପ୍ରଶିଦ୍ଧ ଧନୁଯାତ୍ରା । କାଲିଠାରୁ ୧୧ ଦିନ ପର୍ଯ୍ୟନ୍ତ ବରଗଡରେ ଜିଲ୍ଲାପ୍ରଶାସନ ବଦଳରେ ଚାଲିବ ମହାରାଜା କଂସଙ୍କ ରାଜୁତି। ବରଗଡ଼ ପାଳଟି ଯିବ ମଥୁରା ନଗରୀ , ଅମ୍ବାପାଲି ପାଲଟିଯିବ ଗୋପପୁର । ଏବଂ ଚିର ପ୍ରବାହିତ ଜୀରାନଦୀ ପାଳଟିଯିବ ଜମୁନା ନଦୀ । ଏହା ସହିତ  ବରଗଡ଼ର ଆବାଳ ବୃଦ୍ଧ ବନୀତା ପାଲଟିଯିବେ ଏହି ସର୍ବବୃହତ ମୁକ୍ତାକାଶ ରଂଗମଂଚର ଜଣେ ଜଣେ କଳାକାର । ଏନେଇ ସାରା ବରଗଡ଼ ସହର ଚଳଚଂଚଳ ହୋଇଉଠିଥିବା ବେଳେ ମଥୁରା ଠାରୁ ଆରମ୍ଭ କରି ଗୋପପୁର ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବିଶ୍ଵ ଦରବାରର ଏହି ମହାମଂଚ ପାଇଁ କଳାକାର ମାନେ ନିଜ ନିଜର ଅଭ୍ୟାସ ଶେଷକରିଛନ୍ତି ।

ଅନ୍ୟପଟେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆ ଠାରେ ଭିନ୍ନ ଭିନ୍ନ ଧରଣର ଝୁଲା ସହିତ ମୀନା ବଜାର ଓ ବ୍ୟବସାୟୀ ମାନେ ଆସି ପହଞ୍ଚି ସାରିଛନ୍ତି। ପୋଲିସ ପ୍ରଶାସନ ମଧ୍ୟ ଧନୁଯାତ୍ରାକୁ ନେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । କିପରି ଯାତ୍ରା ସମୟରେ ଟ୍ରାଫିକ ସମସ୍ୟା ନହେବ ସେନେଇ ବରଗଡର ବିଭିନ୍ନ ଛକରେ ଟ୍ରାଫିକ ପୋଲିସ ମୃତୟନ କରାଯିବା ସହିତ ବିଭିନ୍ନ ରାସ୍ତାକୁ ଓ୍ବାନ ଓ୍ବେ କରାଯାଇଛି । ବରଗଡ ସହରର ବିଭିନ୍ନ ସ୍ଥାନରେ ସିସି ଟିଭି କ୍ୟାମେରା ଲଗାଯାଇ ଚୋର ମାନଙ୍କର ଗତିବିଧି ଉପରେ ଲକ୍ଷ ରଖାଯିବ।