spot_img

Latest Posts

ବରଗଡ଼ ଧନୁଯାତ୍ରା ଚତୁର୍ଥ ଦିବସ: କୃଷ୍ଣଙ୍କୁ ମାରିବା ପାଇଁ ଗୋପପୁରକୁ ଯାଇଛନ୍ତି ଷଢ଼ମଲ୍ଲ ସହ ପୁତନା ରାକ୍ଷସୀ

ବରଗଡ: ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଆଜି ଚତୁର୍ଥ ଦିନ। ଗତକାଲି ତୃତୀୟ ଦିନରେ ମୁକ୍ତାକାଶ ରଙ୍ଗମଞ୍ଚର ତୃତୀୟ ଦିନରେ ନନ୍ଦରାଜା ଓ ନନ୍ଦରାଣୀ ଶ୍ରୀକୃଷ୍ଣଙ୍କୁ ପାଇ ଆତ୍ମବିଭୋର ହୋଇପଡିଥିଲେ। ସେଥିପାଇଁ ଆୟୋଜନ ହୋଇଥିଲା ନନ୍ଦୋତ୍ସବ। ଏପଟେ ମହାରାଜା କଂସ ଦେବକୀଙ୍କ ଅଷ୍ଟମ ଗର୍ଭର ସନ୍ତାନକୁ ଦର୍ପଣଶୀଳାରେ ପ୍ରହାର କରିବାକୁ ଯିବାବେଳେ ଶୂନ୍ୟରେ ଆର୍ବିଭାବ ହୋଇ ବିଜୁଳି କନ୍ୟା ଦେଇଥିଲେ ଦୈବବାଣୀ।

ଏହାପରେ ମହାରାଜ କଂସ ଅତ୍ୟନ୍ତ ବିବ୍ରତ ହୋଇପଡ଼ିଥିବାବେଳେ କୃଷ୍ଣଙ୍କୁ ମାରିବା ପାଇଁ ଗୋପପୁରକୁ ପଠାଇଛନ୍ତି ଷଢ଼ମଲ୍ଲ ସହ ପୁତନା ରାକ୍ଷସୀଙ୍କୁ। କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର। ପୁତ୍ରସନ୍ତାନ ଲାଭ କରି ନନ୍ଦରାଜା ଓ ରାଣୀ ଖୁସୀରେ ଆତ୍ମବିଭୋର ହୋଇପଡ଼ିଥିଲେ। ଏହା ସହ କୃଷ୍ଣଙ୍କ ଆଗମନରେ ସମସ୍ତ ଗୋପୀ ଓ ଗୋପାଳ ବେଶ ଉତ୍ସାହିତ ହୋଇ ପଡ଼ିଥିବା ବେଳେ ନନ୍ଦଭବନରେ ବଡ଼ ଧୁମଧାମରେ ଆୟୋଜନ କରାଯାଇଛି ନନ୍ଦୋତ୍ସବ।

ନନ୍ଦରାଜାଙ୍କ ନିମନ୍ତ୍ରଣ ପାଇ ସମସ୍ତ ଗୋପ, ଗୋପାଳ ନନ୍ଦୋତ୍ସବରେ କୃଷ୍ଣଙ୍କୁ ଦୋଳିରେ ଝୁଲାଇବା ସହ ରାସନୃତ୍ୟରେ ମାତିଥିଲେ। କୃଷ୍ଣଙ୍କୁ ଦର୍ଶନ କରି ଗୋପପୁରବାସୀ ଆତ୍ମବିଭୋର ହୋଇପଡ଼ିଥିବା ବେଳେ ଧୂପ, ଦୀପ ନୈବେଦ୍ୟ ଦେଇ କୃଷ୍ଣଙ୍କୁ ପୂଜାର୍ଚ୍ଚନା କରିବା ସହ ଘଣ୍ଟବାଦ୍ୟ, ସଙ୍କୀର୍ତ୍ତନରେ ଦୁଲୁକି ଉଠିଥିଲା ଗୋପପୁର। ନନ୍ଦରାଜାଙ୍କ କୋଳରେ ଶୋଭା ପାଉଛନ୍ତି ଶ୍ରୀକୃଷ୍ଣ। ଏହି ଅବସରରେ ଗୋପପୁରରେ ଥିବା ନନ୍ଦଦରବାର ଉଦଘାଟନ କରାଯାଇଥିଲା

Latest Posts

Don't Miss