ବଦଳିଲେ ଭରତପୁର ଥାନା ଆଇଆଇସି  ସମେତ ମହିଳା ASI ଓ ଜଣେ କନଷ୍ଟେବଳ

1 min read

ନନ୍ଦିଘୋଷ ବ୍ୟୁରୋ: ବଦଳିଲେ ଭରତପୁର ଥାନା ଆଇଆଇସି  ସମେତ ମହିଳା ASI ଓ ଜଣେ କନଷ୍ଟେବଳ। ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି  ହେଡକ୍ୱାର୍ଟର୍ସକୁ ବଦଳି କଲେ ପୋଲିସ କମିଶନର । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାର ନିରପେକ୍ଷ କ୍ରାଇମବ୍ରାଞ୍ଚ୍ ତଦନ୍ତ ପାଇଁ କରାଗଲା ବଦଳି । ସେହିପରି ଭରତପୁର ଥାନାରେ କାର୍ଯ୍ୟରତ ASI ସଲିଲମୟୀ ସାହୁଙ୍କୁ ମଧ୍ୟ ଡିସିପି ହେଡ  କ୍ୱାର୍ଟର୍ସକୁ କରାଯାଇଛି ବଦଳି । ତା ସହିତ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ କରାଯାଇଛି ବଦଳି । ଓଡିଶା ଅବସରପ୍ରାପ୍ତ ସେନା ସଂଘର ଅଭିଯୋଗ ଅନୁସାରେ ଶନିବାର ବିଳମ୍ବିତ ରାତି ୧୨ଟା ୩୦ରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ମେଜର ଗୁରବନ୍ତ ସିଂ ଓ ତାଙ୍କ ବାନ୍ଧବୀ । ମେଜର ଗୁରୁବନ୍ତ ଓ ତାଙ୍କ ବାନ୍ଧବୀ ଅଙ୍କିତା ପଟିଆର ଏକ ରେସ୍ତେରାଁରୁ ଆସୁଥିବା ବେଳେ ରାସ୍ତାରେ ଏକ କାରକୁ ଓଭରଟେକ କରିବାପରେ ପଛରୁ ଆସୁଥିବା ଗାଡ଼ିରୁ କିଛି ଯୁବକ ସେମାନଙ୍କୁ ଅଟକାଇ ଧକ୍କା ମାରିବା ସହ ଧମକ ଦେଇଥିଲେ । ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ । ଜଣେ ମହିଳା ଅଫିସର ବିନା ୟୁନିଫର୍ମରେ ତାଙ୍କ ନିକଟକୁ ଆସିଥିଲେ । ଅଭିଯୋଗ ରଖିବାକୁ ତାଙ୍କୁ କହିବାପରେ ସେ ଶୁଣିନଥିଲେ । ଏନେଇ ଉଭୟଙ୍କ ମଧ୍ଯରେ ଯୁକ୍ତିତର୍କ ହେବା ପରେ ଗୁରୁବନ୍ତଙ୍କୁ ପ୍ଯାଣ୍ଟ ସାର୍ଟ ଖୋଲି ଥାନାରେ ବସାଇଦେଇଥିଲେ ।