ବିଶ୍ୱବିଦ୍ୟାଳୟ ହେବ ଭବାନୀପାଟଣା ସ୍ୱୟଂଶାସିତ ମହାବିଦ୍ୟାଳୟ

1 min read

୨୦୨୦ ଜୁନ୍ ପହିଲାରୁ  କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ରୂପାନ୍ତରିତ ହେବ ଭବାନୀପାଟଣା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ । ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ସମସ୍ତ କଲେଜ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହେବ । ଏନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତ ବର୍ଷ ମାର୍ଚ୍ଚ ୬ ତାରିଖରେ ରାଜ୍ୟ ସରକାର ଭାବାନୀପାଟଣାରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାମରେ ନୂଆ ଏକକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଘୋଷଣା କରିଥିଲେ । ସମ୍ବଲପୁର ବିଶ୍ୱବିଦ୍ୟାଳୟ ୨୪୦ଟି ସହ ଅନୁବନ୍ଧିତ ଥିବାରୁ କାର୍ଯ୍ୟଭାର ବଢ଼ିବା ସହ ଶିକ୍ଷାନୁଷ୍ଠାନ ପରିଚାଳନାରେ ଘୋର ସମସ୍ୟ ହେଉଛି । ଏହାକୁ ଦୃଷ୍ଟିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ସମସ୍ତ ମହାବିଦ୍ୟାଳୟ ରହିଛି । ')}

Leave a Reply