ନୂଆବର୍ଷରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ଜାନୁଆରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ । କୁମ୍ଭୀର ଗଣନା ପାଇଁ ଜାନୁଆରୀ ୪ ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ଗତବର୍ଷ ଭିତରକନିକାରେ କୁମ୍ଭୀର ଗଣନା ବେଳେ ୧୭ ଶହ ୮୪ କୁମ୍ଭୀର ଚିହ୍ନଟ କରାଯାଇଥିଲା ।
ଚଳିତର୍ଷ କୁମ୍ଭୀର ବିଶାରଦ ଡ. ସୁଧାକର କରଙ୍କ ନେତୃତ୍ୱରେ କୁମ୍ଭୀର ଗଣନା କରାଯିବ । ଏ ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।