ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ

1 min read

ନନ୍ଦିଘୋଷ ବ୍ୟୁରୋ: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ l ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ l ମୃତକ ହେଲେ ଶlଳକ କୈଳାଶ ନାୟକ l ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶି ବନ୍ଧୁକ ଜବତ କରିଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନା ଅନୁଯାୟୀ, ଅପରାହ୍ନରେ ଶାଳକ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ l ଏହି ସମୟରେ ଭିଣୋଇ ଉଦୟ ନିଜ ଦେଶି ବନ୍ଧୁକରେ କୈଳାଶଙ୍କୁ ଗୁଳି କରିଥିଲା l କୈଳାଶଙ୍କ ଛାତିରେ ୨ ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି l ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି l