ରାଜଧାନୀରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ଵାଳକୁ ଏନକାଉଣ୍ଟର

1 min read

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି । କୁଖ୍ୟାତ ଅପରାଧୀ ରଘୁ ବିଶ୍ଵାଳକୁ ଏନକାଉଣ୍ଟର । ଭୁବନେଶ୍ୱର କମିଶନରେଟ୍ ପୋଲିସ କଲା ଏନକାଉଣ୍ଟର । କୁଖ୍ୟାତ ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ । ରଘୁ ନାମରେ ବିଭିନ୍ନ ଥାନାରେ ୧୫ ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି । ସେଥିମଧ୍ୟରୁ ବନ୍ଧୁକ  ମାମଲା ରହିଛି ୮ ଟି । ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେସାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାହାର ସାଙ୍ଗ ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ । ଏହି ସମୟରେ ଏମାନଙ୍କୁ ପୋଲିସ ଅଟକାଇବା ରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା ।

୩ ରାଉଣ୍ଡ ଗୁଳି ମାଡ କରିବା ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚଲାଯାଇଥିଲା । ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ପଡ଼ି ଯାଇଥିଲା । ପୁନିଆ ଫେରାର ହୋଇଯାଇଥିଲା । ପୋଲିସ ରଘୁକୁ କାବୁ କରିଥିବା ବେଳେ ତା ନିକଟରୁ 7.5 mm ର ଏକ ପିସ୍ତଲ ଜବତ କରିଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।