୩୪ ପ୍ରତିଶତ ଅଧିକ ବର୍ଷା ହେଲାଣି: ଆଗକୁ ଆଉ ୨ ଦିନ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଏଯାଏଁ ହେଲାଣି ସ୍ୱାଭାବିକଠାରୁ ୩୪ ପ୍ରତିଶତ ଅଧିକ ବର୍ଷା । ଗତ ୧୪ ଦିନ ମଧ୍ୟରେ ରାଜ୍ୟରେ ୯୫.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ଠାରୁ ୩୪ ପ୍ରତିଶତ ଅଧିକ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୧୧ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ, ୫ଟି ଜିଲ୍ଲାରେ ୨୧ ପ୍ରତିଶତ ଅଧିକ ବର୍ଷା  ହୋଇଛି । ବାକି ୧୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି  । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି  । ବର୍ଷା ପାଇଁ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆଜି ୮ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଏଥିସହିତ ପଢ଼ନ୍ତୁ: ରାଜ୍ୟରେ ଆଉ ୩ ହଜାର ୪୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ

Leave a Reply