କାଲି ଚିଲିକାରେ ପକ୍ଷୀ ଗଣନା, ନିୟୋଜିତ ହେବେ ୨୧ଟି ଟିମ୍

ଟାଙ୍ଗୀ: ଶୀତ ଆସିଲେ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ଦେଶ ବିଦେଶରୁ ଲକ୍ଷ ଲକ୍ଷ ରଙ୍ଗ ବେରଙ୍ଗର ପକ୍ଷୀଙ୍କ ସମାଗମ ହୁଏ । ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା କରାଯାଏ । ଆସନ୍ତାକାଲି ସକାଳ ୫ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଚିଲିକାରେ ପକ୍ଷୀ ଗଣନା କରାଯିବ । ଏଥିପାଇଁ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ପକ୍ଷୀ ଗଣନା ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା ।

Birds Count In Chilika Lake Tomorrow

ଆସନ୍ତାକାଲି ୨୧ଟି ଟିମ୍ ସକାଳ ୫ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଚିଲିକାରେ ପକ୍ଷୀ ଗଣନା କାର୍ଯ୍ୟରେ ନିୟୋଜିତ ରହିବ । ଆଜିର ପ୍ରଶିକ୍ଷଣ ଶିବିରରେ ବମ୍ବେ ନାଚୁରାଲ ହିଷ୍ଟ୍ରି ସୋସାଇଟି ଅଧିକାରୀ, କର୍ମକର୍ତ୍ତା, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ, ପକ୍ଷୀ ବିଶାରଦ, ବନ୍ୟପ୍ରାଣୀ ଉପରେ କାମ କରୁଥିବା ସଂଗଠନର ଅଭିଜ୍ଞ କର୍ମକର୍ତ୍ତା ଯୋଗ ଦେଇଥିଲେ ।Birds Count In Chilika Lake Tomorrow

ଗତବର୍ଷ ଚିଲିକାକୁ ୧୧ ଲକ୍ଷ ୫ ହଜାର ୪୦ ପକ୍ଷୀଙ୍କ ସମାଗମ ହୋଇଥିଲା । ୨୦୧୯ ଅପେକ୍ଷା ୨୦୨୦ରେ ପକ୍ଷୀଙ୍କ ଆଗମନ ବଢ଼ିଥିଲା । ୨୦୧୯ରେ ଚିଲିକାକୁ ୧୦ ଲକ୍ଷ ୪୭ ହଜାର ୯୬୮ ପକ୍ଷୀ ଆସିଥିଲେ ।

Leave a Reply