ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ । ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଦାୟିତ୍ବ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଦାୟିତ୍ବରେ ରହିବେ ପ୍ରମିଳା ମଲ୍ଲିକ।

ସେହିପରି ଦେବୀପ୍ରସାଦ ମିଶ୍ରଙ୍କୁ ମିଳିଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ୱ । ମୟୂରଭଞ୍ଜ, କେନ୍ଦୁଝର ସମ୍ଭାଳିବେ ମହେଶ୍ୱର ମହାନ୍ତି । ସେହିପରି ପ୍ରତାପ ଜେନାଙ୍କୁ ମିଳିଛି ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ। ସେଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ। ଏନେଇ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି ।