ତିର୍ତ୍ତୋଲ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ

ତିର୍ତ୍ତୋଲ: ତିର୍ତ୍ତୋଲ ବିଧାନସଭା ଆସନ ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଦଳୀୟ କର୍ମୀଙ୍କ ସହ ବିଶାଳ ରାଲିରେ ଯାଇ ନାମାଙ୍କନ ଭରିଛନ୍ତି ବିଜୟ ଶଙ୍କର । ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜୟ ।

ସ୍ୱର୍ଗତ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ପୂର୍ବରୁ ଦଳୀୟ କାମରେ ବାପାଙ୍କୁ ସହଯୋଗ କରୁଥିବା ବେଳେ ଏବେ ସକ୍ରିୟ ଭାବେ ନେତୃତ୍ୱ ନେବାକୁ ପ୍ରସ୍ତୁତ ହୋଇଛନ୍ତି । ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସେ ଜଗତ୍‌ସିଂହପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ଦର୍ଶନ କରିଥିଲେ ।

କରୋନା କଟକଣା ପାଇଁ ସର୍ବସାଧାରଣଙ୍କୁ ମନ୍ଦିର ଭିତରକୁ ଯିବା ପାଇଁ ଅନୁମତି ନଥିବାରୁ ମନ୍ଦିରର ମୁଖ୍ୟ ଦ୍ୱାର ବାହାରେ ସେ ପୂଜାର୍ଚ୍ଚନା କରିଥିଲେ । ବିଜୟଙ୍କ ସହ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ ଓ ବହୁ ତୁଙ୍ଗ ନେତା ସାମିଲ ହୋଇଛନ୍ତି । ପୂର୍ବରୁ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

Leave a Reply