ଆଜି ଅନ୍ତର୍ଜାତୀୟ ମହିଳା ଦିବସ, ସବୁ ନିର୍ବାଚନ ମଣ୍ଡଳୀରେ ମହିଳା ଦିବସ ପାଳୁଛି ବିଜେଡି

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ଆର୍ଥିକ, ରାଜନୈତିକ, ସାମାଜିକ କ୍ଷେତ୍ରରେ ମହିଳାମାନଙ୍କ ଯୋଗଦାନ ବଢ଼ାଇବା ଓ ଅଧିକାର ପ୍ରତି ସଚେତନ କରିବାକୁ ଏହି ଦିବସ ପାଳନ କରାଯାଏ । ଏହାଛଡ଼ା ମହିଳାଙ୍କର ଉପଲବ୍ଧିକୁ ସର୍ବସାଧାରଣରେ ପ୍ରୋତ୍ସାହନ ଦେବା ଆଜି ଦିନର ମୁଖ୍ୟ ଉଦ୍ଦେଶ୍ୟ । ମିଳିତ ଜାତିସଂଘ ୧୯୯୬ ମସିହାରୁ ଏକ ବିଶେଷ ଥିମ୍ ସହିତ ଅନ୍ତର୍ଜାତୀୟ ମହିଳା ପାଳନ କରିବା ଆରମ୍ଭ କରିଥିଲା ।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ପ୍ରତି ନିର୍ବାଚନ ମଣ୍ଡଳୀରେ ଏହି ଦିବସ ପାଳନ କରୁଛି ବିଜେଡି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମହିଳା ସଶକ୍ତିକରଣ ପାଇଁ ବିଜୁ ଜନତା ଦଳର ବିଭିନ୍ନ ପଦକ୍ଷେପ ନେଇଛି । ମିଶନ ଶକ୍ତି ମାଧ୍ୟମରେ ଗାଁ ଗାଁରେ ମହିଳାମାନେ ସ୍ବାବଲମ୍ବୀ ହୋଇଛନ୍ତି । ରାଜନୀତିରେ ମହିଳାଙ୍କ ଅଂଶଗ୍ରହଣ ପାଇଁ ମଧ୍ୟ ବିଜେଡି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଆଜି ରାଜ୍ୟର ସମସ୍ତ ନିର୍ବାଚମଣ୍ଡଳୀରେ ମହିଳା ଦିବସ ପାଳିବା ସହିତ ମହିଳାଙ୍କ ପାଇଁ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଯିବ ।