ସଂସଦରେ ପୁଣି ଉଠିଲା ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି

ନୂଆଦିଲ୍ଲୀ: ସଂସଦରେ ପୁଣି ଉଠିଲା ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି । ସ୍ବତନ୍ତ୍ର ଆଲେଖ୍ୟ ଜରିଆରେ ଦାବି ଉଠାଇଲା ବିଜେଡି । ସଂସଦରେ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । କ୍ରମାଗତ ଭାବେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ଓଡ଼ିଶା ।

ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ଥିବା ନିୟମରେ ସଂଶୋଧନ କରାଯାଉ । ଓଡ଼ିଶାର ସ୍ବାର୍ଥ ଦୃଷ୍ଟିରୁ ଆଇନରେ ସଂଶୋଧନ କରିବାକୁ ଦାବି କରିଛନ୍ତି ସସ୍ମିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ଦାବି କରିଆସୁଛନ୍ତି । ରାଜ୍ୟର ୮୦ ପ୍ରତିଶତ ଅଞ୍ଚଳ ଓ ନବେ ପ୍ରତିଶତ ଲୋକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛନ୍ତି । ଏଣୁ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି କରିଛି ବିଜେଡି ।