ମିଛ ଖବର ପ୍ରଚାରରେ ସୀମା ଟପୁଛି ରାଜ୍ୟ ବିଜେପି: ବିଜେଡି
ଭୁବନେଶ୍ୱର: ମିଛ ଖବର ପ୍ରଚାର କରିବାରେ ରାଜ୍ୟ ବିଜେପି ନେତାମାନେ ଏବେ ସବୁ ସୀମା ଟପିଗଲେଣି । ବିଜେପି ନେତା ଭୃଗୁ ବକ୍ସିପାତ୍ରଙ୍କ ସାମ୍ୱାଦିକ ସମ୍ମିଳନୀର ଜବାବା ଦେଇ ଏହା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଶ୍ରୀ ପାତ୍ର ଆହୁରୀ କହିଛନ୍ତି ଯେ, ଗତ ତିନି ଚାରି ମାସ ଧରି ଆଶା, ଅଙ୍ଗନଓ୍ୱାଡ଼ୀକର୍ମୀ, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୋଲିସ ଓ ସରକାରୀ କର୍ମଚାରୀମାନେ କରୋନା କବଳରୁ ଲୋକଙ୍କ ଜୀବନ ବଞ୍ଚାଇବାପାଇଁ ଦିନ ରାତି କାର୍ଯ୍ୟ କରୁଛନ୍ତି । ସେମାନଙ୍କ ପାଇଁ ଆହା ପଦେ କହିବା ବଦଳରେ ବିଜେପି ନେତା ସାମ୍ୱାଦିକ ସମ୍ମିଳନୀ ଜରିଆରେ ସେମାନଙ୍କୁ ତାତ୍ସଲ୍ୟ କରିବାରେ ଲାଗିଛନ୍ତି ।
ଗଞ୍ଜାମ ଜିଲ୍ଲାରେ ତିନି ଚାରି ମାସ ଧରି କାର୍ଯ୍ୟ କରୁଥିବା ଏହି କରୋନା ଯୋଦ୍ଧାମାନଙ୍କୁ ପ୍ରଶଂସା କରିବା ବଦଳରେ ବିଜେପି ନେତାମାନେ ସେମାନଙ୍କ ମନୋବଳକୁ ଭାଙ୍ଗି ଦେଉଛନ୍ତି । କରୋନା ବିରୋଧରେ ଲଢ଼େଇ ପାଇଁ ଗଞ୍ଜାମ ଜିଲ୍ଲାକୁ ଡେପୁଟେସନ୍ରେ ଯାଇଥିବା ଡାକ୍ତରଙ୍କୁ କିଭଳି ବିରୋଧ ହେଉଛି ତାହା ସମସ୍ତେ ଦେଖୁଛନ୍ତି । ଏଥିରୁ ସ୍ପଷ୍ଯ ହେଉଛି ଯେ, ଗଞ୍ଜାମ ଜିଲ୍ଲାରେ ମହାମାରୀ ନିୟନ୍ତ୍ରଣ ଲାଗି ଅଧିକ ଡାକ୍ତର ନିଯୁକ୍ତି ହେବା ସେମାନେ ଚାହାନ୍ତିନାହିଁ । ଗତକାଲି ମଧ୍ୟ ବିରୋଧୀଦଳ ନେତା କରୋନା ଯୁଦ୍ଧରେ ଗଞ୍ଜାମକୁ ସମର୍ଥନ କରିନଥିଲେ । ଏଥିରୁ ମଧ୍ୟ ବିଜେପିର ମନୋଭାବ ପଦାରେ ପଡ଼ିଯାଇଛି ବୋଲି କହିଛନ୍ତି ଡ. ସସ୍ମିତ ପାତ୍ର ।
ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ କରୋନା ଯୋଦ୍ଧାମାନଙ୍କ ପ୍ରତି ଏଭଳି ଦାୟିତ୍ୱହୀନ ମନ୍ତବ୍ୟ ଦେଇ ସେମାନଙ୍କୁ ହତୋତ୍ସାହିତ ନ କରିବାକୁ ବିଜେଡି ପକ୍ଷରୁ ଶ୍ରୀ ବକ୍ସିପାତ୍ରଙ୍କୁ ପରାମର୍ଶ ଦିଆଯାଇଛି । ଏହାଦ୍ୱାରା ଗଞ୍ଜାମ ବିରୋଧୀ ମନୋଭାବ ପଦାରେ ପଡ଼ିଥିବାବେଳେ ଗଞ୍ଜାମବାସୀ କେବେହେଲେ ଏହାକୁ ଭୁଲିବେନାହିଁ ଏବଂ ଏଥିପାଇଁ ରାଜ୍ୟ ବିଜେପିକୁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି ଡକ୍ଟର ପାତ୍ର ସତର୍କ କରାଇଦେଇଛନ୍ତି । ଏନେଇ ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚିତ କରାଯାଇଛି ।
ରାହୁଲଙ୍କ ଟାର୍ଗେଟରେ ’ରାଫେଲ୍’ ଡିଲ୍: ୫୨୬ କୋଟିର ରାଫେଲ୍ ଜେଟ୍, କେମିତି ୧୬୭୦ କୋଟି ହେଲା?