ପିପିଲି କସରତ; ପୁଣି ଦଳୀୟ ନେତାଙ୍କୁ ପିପିଲିର ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଲେ ସୁପ୍ରିମୋ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ପୁଣି ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଲେ ସୁପ୍ରିମୋ । ବିଜେଡି ସଭାପତି ନବୀନ ପଟ୍ଟନାୟକ ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଏବଂ ପିପିଲି ବିଜ୍ଞାପିତ ପରିଷଦ ପାଇଁ ଦାୟିତ୍ୱ ପ୍ରଦାନ କରିଛନ୍ତି ।

ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ପ୍ରଦାନ କରିଛନ୍ତି ।

ଗତକଲି ମୁଖ୍ୟମନ୍ତ୍ରୀ ନିର୍ବାଚନ ପରିଚାଳନା ନେଇ ଦଳର ୪ ପୁରୁଖା ନେତାଙ୍କୁ ଦାୟିତ୍ୱ ଦେଇଥିଲେ। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ଦାୟିତ୍ୱ ମିଳିଛି। ୪ ନେତାଙ୍କୁ ଏହି ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି।

Leave a Reply